ପ୍ରମୋଦ ଭଗତ ସସ୍ପେଣ୍ଡ
ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ସସ୍ପେଣ୍ଡ ହୋଇଛନ୍ତି। ବିଶ୍ବ ବ୍ୟାଡମିଣ୍ଟନ ଫେଡେରେଶନ ୧୮ ମାସ ପାଇଁ ତାଙ୍କୁ ସସ୍ପେଣ୍ଡ କରିଥିବା ଜଣାପଡିଛି। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ସେ ସସ୍ପେଣ୍ଡ ହୋଇଛନ୍ତି। ୨୦୨୪ ପ୍ୟାରିସ ପାରା ଅଲିମ୍ପିକ୍ସରେ ପ୍ରମୋଦ ଭାଗ ନେଇପାରିବେନି। ୨୦୨୦ ଟୋକିଓ ପାରା ଅଲିମ୍ପିକ୍ସରେ ପ୍ରମୋଦଙ୍କୁ ସ୍ବର୍ଣ୍ଣ ମିଳିଥିଲା।