ପୁଟିନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

0

ନୂଆଦିଲ୍ଲୀ (ଆମ ଟିଭି); ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଫୋନରେ କଥା ହୋଇଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ଗସ୍ତ କରିଥିଲେ। ସେ ରାଷ୍ଟ୍ରପତି ପୁଟିନଙ୍କ ସହ ୟୁକ୍ରେନ ଗସ୍ତର ଅଭିଜ୍ଞତା ବାଣ୍ଟିଥିବା ଜଣାପଡିଛି।

ଏହା ବ୍ୟତୀତ ଋଷ-ୟୁକ୍ରେନ ଯୁଦ୍ଧକୁ ନେଇ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ନିକଟରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ଗସ୍ତ କରିଥିଲେ। ଦୁଇ ଦେଶ ମଧ୍ୟରେ ରାଜନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ଉପରେ ମଧ୍ୟ ଦୁଇ ନେତା ଆଲୋଚନା କରିଛନ୍ତି ବୋଲି ପ୍ରଧାନମନ୍ତ୍ରୀ ମୋଦୀ ‘ଏକ୍ସ’ରେ ସୂଚନା ଦେଇଛନ୍ତି।

ନିକଟରେ ୟୁକ୍ରେନ ଗସ୍ତରୁ ଫେରିଥିବା ପ୍ରଧାନମନ୍ତ୍ରୀ ମୋଦି ସୋମବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ କଥା ହୋଇଛନ୍ତି। ଉଭୟ ରାଷ୍ଟ୍ର ନେତାଙ୍କ ମଧ୍ୟରେ ହୋଇଥିବା ଏହି ଟେଲିଫୋନ କଥାବାର୍ତ୍ତାରେ ଭାରତ-ଆମେରିକା ଦ୍ୱିପାକ୍ଷିକ ସମ୍ପର୍କ ଉପରେ ଗୁରୁତ୍ୱ ଦିଆଯାଇଛି।

Leave A Reply

Your email address will not be published.