କୋଲକାତା ଲଜ୍ୟା; ଆରଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଗିରଫ

0

କୋଲକତା (ଆମ ଟିଭି): କୋଲକାତା ଆରଜି କର ହସ୍ପିଟାଲର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା । ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ଗିରଫ କଲା ସିବିଆଇ । ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ଗିରଫ କରିଛି ସିବିଆଇ । ସିବିଆଇ ସନ୍ଦୀପଙ୍କୁ ଗିରଫ କରି ନିଜାମ ପ୍ୟାଲେସ ସ୍ଥିତ କାର୍ଯ୍ୟାଳୟକୁ ନେଇଛି ।

ହସ୍ପିଟାଲରେ ସମ୍ଭାବ୍ୟ ଅର୍ଥ ହେରଫେରକୁ ନେଇ ସିବିଆଇ ତାଙ୍କ ବିରୋଧରେ ତଦନ୍ତ କରୁଥିଲା । ବିଶେଷ କରି ରୋଗୀଙ୍କ ସେବା ପାଇଁ କିଣା ଯାଉଥିବା ସାମଗ୍ରୀରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା । ଏହାର ତଦନ୍ତ କରି ଆଜି ସିବିଆଇ ସନ୍ଦୀପଙ୍କୁ ଗିରଫ କରିଛି ।

Leave A Reply

Your email address will not be published.