ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ: ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର(ଆମ ଟିଭି): ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ଭାଜପା ନେତା ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥତାବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କୁ ହସ୍ପିଟାଲରେ ସାକ୍ଷାତ କରି ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ହରିଚନ୍ଦନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ସାକ୍ଷାତ ସମୟରେ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ।

Leave A Reply

Your email address will not be published.