ରାଜ୍ୟର ସମସ୍ତ ଜିଲାରେ ହେବ ମେଡିକାଲ କଲେଜ; ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

0

ଭୁବନେଶ୍ୱର(ଆମ ଟିଭି): ରାଜ୍ୟ ସରକାର କଲେ ବଡ଼ ଘୋଷଣା । ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ ପ୍ରସ୍ତୁତ କରାଯାଇ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି।

ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ଅଛି।ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ହେବ। ଏହାବାଦ ଅନ୍ୟ ସବୁ ଜିଲାରେ ବି ମେଡିକାଲ କଲେଜ ହେବ।‘ମେଡିକାଲ କଲେଜ ଏବଂ ଅଧ୍ୟାପକ ନିଯୁକ୍ତି ନେଇ ବ୍ୟବସ୍ଥା କରାଯାଉଛି।

Leave A Reply

Your email address will not be published.