ଗରିବଙ୍କୁ ଦଶହରା ଭେଟି ଦେଲେ କେନ୍ଦ୍ର ସରକାର

0

ଦଶହରା ଉପଲକ୍ଷେ ଦେଶର କୋଟି କୋଟି ଗରିବଙ୍କୁ କେନ୍ଦ୍ର ସରକାର ଭେଟି ଦେଇଛନ୍ତି। ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମାଗଣା ପୁଷ୍ଟିକର ଚାଉଳ ମିଳିବ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ଏହି ଯୋଜନାର ଲାଭ ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ପାଇପାରିବେ। ଏନେଇ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ ଦେଇଛି। ତେବେ ଏହା ଜୁଲାଇ ୨୦୨୪ରୁ ଡିସେମ୍ବର ୨୦୨୮ ଯାଏ ଚାଲିବ। ଏହି ଯୋଜନରେ ସରକାର ୧୭ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବେ।

ଖାଦ୍ୟ ଆଇନ ତଥା ଅନ୍ୟାନ୍ୟ କଲ୍ୟାଣକାରୀ ଯୋଜନା ଅନୁଯାୟୀ ୧୭,୦୮୨ କୋଟି ଟଙ୍କା ବଜେଟ ସହିତ ୨୦୨୮ ପର୍ଯ୍ୟନ୍ତ ପୁଷ୍ଟିକର ଚାଉଳର ମାଗଣା ଯୋଗାଣ ଜାରି ରଖିବାକୁ କେନ୍ଦ୍ର କ୍ୟାବିନେଟ ବୁଧବାର ନିଷ୍ପତ୍ତି ନେଇଛି। ପୁଷ୍ଟିକର ଉପାଦାନରେ ଭରପୂର ଚାଉଳ, ରକ୍ତହୀନତାର ସମାଧାନ ଏବଂ ଲୋକଙ୍କ ମଧ୍ୟରେ ମାଇକ୍ରୋନ୍ୟୁଟ୍ରିଏଣ୍ଟ ଅଭାବ ଦୂର କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଏ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ସରକାର କହିଛନ୍ତି ଯେ ଜୁଲାଇ ୨୦୨୪ ରୁ ଡିସେମ୍ବର ୨୦୨୮ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଏବଂ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନା ଅଧୀନରେ ପୁଷ୍ଟିକର ଚାଉଳର ମାଗଣା ଯୋଗାଣ ଜାରି ରଖିବାକୁ କ୍ୟାବିନେଟ ଅନୁମୋଦନ କରିଛି। କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ପ୍ରଦାନ କରି ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ମାଗଣା ପୁଷ୍ଟିକର ଚାଉଳ ଯୋଗାଣ ପାଇଁ ମୋଟ ୧୭,୦୮୨ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଖର୍ଚ୍ଚ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ବହନ କରିବେ।

Leave A Reply

Your email address will not be published.