ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ରତନ ଟାଟାଙ୍କ ହେବ ଅନ୍ତିମ ସଂସ୍କାର

0

ଆଉ ନାହାନ୍ତି ଭାରତର ରତ୍ନ ତଥା ବିଶିଷ୍ଟ ଶିଳ୍ପପତି ରତନ ଟାଟା। ତାଙ୍କ ବିୟୋଗରେ ଦିନିକିଆ ଛୁଟି ଘୋଷଣା ହୋଇଛି। ଝାଡ଼ଖଣ୍ଡ ଓ ମହାରାଷ୍ଟ୍ରରେ ଦିନିକିଆ ଶୋକ ଘୋଷଣା କରିଛନ୍ତି ଉଭୟ ରାଜ୍ୟର ସରକାର।

ଝାଡ଼ଖଣ୍ଡ ସରକାରଙ୍କ ପକ୍ଷରୁ ଦିନିକିଆ ଛୁଟି ଘୋଷଣା ହୋଇଛି। ଆଜି ସମସ୍ତ ସ୍କୁଲ କଲେଜ ବନ୍ଦ ରଖାଯାଇଛି। ଝାଡ଼ଖଣ୍ଡ ସହ ଟାଟାଙ୍କ ଥିଲା ବିଶେଷ ସମ୍ପର୍କ। ଜାମସେଦପୁରରୁ ଆରମ୍ଭ ହୋଇଥିଲା ଟାଟା ଗ୍ରୁପର ଯାତ୍ରା। ସେହିପରି ମୁମ୍ବାଇ ହେଉଛି ରତନ ଟାଟାଙ୍କ ହୋମ୍ ଟାଉନ୍। ତେଣୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଓ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗୁରୁବାର ଦିନ ଦିନିକିଆ ଶୋକ ଘୋଷଣା କରିଛନ୍ତି। ରତନ ଟାଟାଙ୍କ ସମ୍ମାନାର୍ଥେ ଏହି ଦୁଇ ରାଜ୍ୟ ଶୋକ ପାଳନ କରୁଛି।

ମହାରାଷ୍ଟ୍ରରେ ସବୁ ସରକାରୀ କୋଠାରେ ଅର୍ଧନିମିତ ରହିବ ଜାତୀୟ ପତାକା। ସେହିପରି ଆଜି କୌଣସି ସାଂସ୍କୃତିକ ଓ ମନୋରଞ୍ଜନ କାର୍ଯ୍ୟକ୍ରମ ଆୟୋଜିତ ହେବ ନାହିଁ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ରତନ ଟାଟାଙ୍କ ଅନ୍ତିମ ସଂସ୍କାର କରିବାକୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.