ଦୁର୍ଗା ପୂଜାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସବୁ ପୂଜାମଣ୍ଡପକୁ…

0
ଭୁବନେଶର(ଆମ ଟିଭି): ଶାରଦୀୟ ଦୁର୍ଗା ପୂଜା ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ବଡ଼ ଘୋଷଣା କରିଛନ୍ତି । ରାଜ୍ୟରେ  ଭାଜପା  ସରକାର ପ୍ରଥମଥର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ପୂଜା ମଣ୍ଡପମାନଙ୍କୁ ପୂଜା ଭେଟି ଦେଇଛନ୍ତି । ରାଜ୍ୟର ସବୁ ଦୁର୍ଗା ପୂଜା ପେଣ୍ଡାଲର ସରକାରୀ ଭଡ଼ା ଛାଡ଼   କରିବାକୁ  ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।
ଭୁବନେଶ୍ୱର ସମେତ ରାଜ୍ୟବ୍ୟାପୀ ସବୁ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପୂଜା ମଣ୍ଡପ ତଥା ଷ୍ଟାଣ୍ଡ ନିମନ୍ତେ କମିଟିକୁ ଆଉ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ମହାଷ୍ଟମୀ ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ବିଭିନ୍ନ ମେଢ ବୁଲିବାର କାର୍ଯ୍ୟକ୍ରମ ରହିଛି। ଏଥିନିମନ୍ତେ ପ୍ରଥମେ ସେ ଓଲ୍ଡ ଟାଉନର ପାଟଣାସାହି ପୂଜା ମଣ୍ଡପରେ ପହଞ୍ଚିଛନ୍ତି। ସେଠାରେ ସେ ମା’ଙ୍କ ଆର୍ଶିବାଦ ନେବା ସହ ରାଜ୍ୟବାସୀଙ୍କ ଶୁଭ ମନାସୀଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ମୁଖ୍ୟମନ୍ତ୍ରୀ ରାଜଧାନୀରେ ପ୍ରାୟ ୧୦ଟି ପୂଜା ମଣ୍ଡପ ବୁଲିଛନ୍ତି।
Leave A Reply

Your email address will not be published.