ଭୁବନେଶ୍ୱର (ଆମ ଟିଭି): ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ଶେୟାର କରି ସେ କହିଛନ୍ତି,ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ନିକଟରେ ଉତ୍ତମ ସ୍ବାସ୍ଥ୍ୟ ଓ ନିରାମୟ ଜୀବନ କାମନା କରୁଛି।