ସଲମାନଙ୍କ ହତ୍ୟା ଷଡଯନ୍ତ୍ର କରିଥିବା ଶାର୍ପ ସୁଟର ଗିରଫ

0

ମୁମ୍ବାଇ (ଆମ ଟିଭି): ମହାରାଷ୍ଟ୍ରର ନାଭି ମୁମ୍ବାଇ ପୋଲିସ ସଲମାନ ଖାନଙ୍କ ଫାର୍ମ ହାଉସର ରେକି କରିଥିବା ଶୁଟରଙ୍କୁ ଗିରଫ କରିଛି। ହରିୟାଣାର ପାନିପତରୁ ଶୁଟର ସୁକ୍‌ଖାଙ୍କୁ ପୋଲିସ ଧରିଛି। ମୁମ୍ବାଇ ଅଣାଯିବା ପରେ ତାଙ୍କୁ କୋର୍ଟରେ ହାଜର କରାଯିବ। ତେବେ ସେ ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗର ସଦସ୍ୟ ବୋଲି ପୋଲିସ ଜାଣିବାକୁ ପାଇଛି।

ପୋଲିସ କହିଛି, ସୁକ୍‌ଖାଙ୍କୁ ଗିରଫ କରିବା ଲାଗି ପୋଲିସ ବୁଧବାର ରାତି ପ୍ରାୟ ସାଢ଼େ ୧୦ଟାରେ ପାନିପତରେ ପହଞ୍ଚିଥିଲା। ସେଠାର ଅଭିନନ୍ଦନ ହୋଟେଲର ରୁମ୍‌ ନଂ ୧୦୪ରୁ ତାଙ୍କୁ ଗିରଫ କରାଯାଇଥିଲା। ସେ ନିଜର ବେଶ ବଦଳାଇ ସେଠାରେ ଲୁଚିଥିଲେ। ସେ ପାନିପତର ରେରକଲା ଗାଁର ବାସିନ୍ଦା ବୋଲି ଜଣାପଡ଼ିଛି।

ତେବେ ବିଶ୍ନୋଇ ଗ୍ୟାଙ୍ଗ ତାଙ୍କୁ ସଲମାନଙ୍କ ଘରେ ଗୁଳିଚଳାଇବା ଦାୟିତ୍ୱ ଦେଇଥିଲା। ତାଙ୍କ ଦଳର କିଛି ସଦସ୍ୟ ଗିରଫ ହୋଇଥିଲେ ହେଁ ସୁକ୍‌ଖା ଫେରାର ଥିଲେ। ଏବେ ବାବା ସିଦ୍ଧକିଙ୍କ ହତ୍ୟାର ଯାଞ୍ଚ କରୁଥିବା ବେଳେ ପୋଲିସକୁ ବଡ଼ ସଫଳତା ମିଳିଛି।

Leave A Reply

Your email address will not be published.