ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା: ଏହି ସବୁ ଲୋକଙ୍କୁ ମିଳିବ…

0

ଭୁବନେଶ୍ୱର (ଆମ ଟିଭି); ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ। ଏନେଇ ମୋହନ ସରକାର ପୂର୍ବରୁ ଘୋଷଣା କରିସାରିଛନ୍ତି। ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ଗୋଟିଏ କାର୍ଡ ଜାରି ହେବ। ଆକଳନ ଅନୁଯାୟୀ ସାଢେ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ। ଆୟୁଷ୍ମାନ ଭାରତ ଭଳି ରାଜ୍ୟରେ ୭୦ ବର୍ଷରୁ ଊର୍ଦ୍ଧ୍ୱ ସୁବିଧା ପାଇବେ। ରାଶନ କାର୍ଡ ପାଇଁ E-KYC ଚାଲିଛି। ସରିବା ପରେ ସଂଖ୍ୟା ଜଣାପଡିବ। BSKY ଯୋଜନାରେ ୯୫୭ ହସ୍ପିଟାଲରେ ସୁବିଧା ମିଳୁଥିଲା। ଏଣିକି ୨୭ ହଜାରରୁ ଊର୍ଦ୍ଧ୍ୱ ଅନୁବନ୍ଧିତ ହସ୍ପିଟାଲରେ ସୁବିଧା ମିଳିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।

ଚଳିତ ବଜେଟରେ ବିଜେଡି ସରକାରର ବହୁଚର୍ଚ୍ଚିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ପରିବର୍ତ୍ତନ ହୋଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ କରାଯାଇଛି। ସେହିପରି ବିଜୁ ସେତୁର ନାଁ ବଦଳାଇ ‘ସେତୁ ବନ୍ଧନ’ ଯୋଜନା, ମୋ ସ୍କୁଲର ନାଁ ବଦଳାଇ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’, ଲକ୍ଷ୍ମୀ ଯୋଜନାର ନାଁ ‘ଗ୍ରାମାଞ୍ଚଳ ପରିବହନ’ ଯୋଜନା, ଆମ ଓ ନବୀନ ଓ ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓ କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ-କିଷାନ’ ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ କରାଯାଇଥିଲା।

Leave A Reply

Your email address will not be published.