ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

0

ବଙ୍ଗୋପସାଗରରୁ ବଳ ଗୋଟାଇ ଓ ଉପକୂଳ ଆଡେ ମୁହାଁଇଛି ସାଇକ୍ଲୋନ ‘ଦାନା’। ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ଭିତରକନିକା-ଧାମରା ପାଖରେ ‘ଦାନା’ ଲ୍ୟାଣ୍ଡଫଲ କରିବ। ଭିତରକନିକା-ଧାମରା ପାଖରେ ଉପକୂଳ ଅତିକ୍ରମ କରିବ। ଏଥିପାଇଁ ହାଜାର ହଜାର ଲୋକଙ୍କୁ ସ୍ଥରାନାନ୍ତର କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ସ୍ଥିତି ସମୀକ୍ଷା କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ କଥା ହୋଇଛି। ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସମ୍ପର୍କରେ ଉଭୟ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଏହା ସହିତ ଲୋକଙ୍କ ସୁରକ୍ଷା ପାଇଁ ନିଆ ଯାଇଥିବା ସୁରକ୍ଷା ବଳ, NDRF, ODRAF ଆଦି ମୁତୟନ ସମ୍ପର୍କରେ ମଧ୍ୟ ସୂଚନା ଦେଇଥିଲେ। ଆଲୋଚନା ପରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି ।

‘ବାତ୍ୟା’ ଦାନା ୨୪ ରାତିରୁ ୨୫ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ ବେଳେ ସମୁଦ୍ରରେ ଉଚ୍ଚ ଜୁଆର ଆସିପାରେ। କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଉପକୂଳରେ ଜୁଆର ଆସିବ। ଉକ୍ତ ୩ ଜିଲ୍ଲାରେ ୧ରୁ ୨ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ। ସେହିପରି ଜଗତସିଂହପୁର ଜିଲ୍ଲାରେ ୧ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ। ଉକ୍ତ ଜିଲ୍ଲାରେ ନଦୀ ମଧ୍ୟରେ ମଧ୍ୟ ଜୁଆର ମାଡ଼ିଯିବ । ନଦୀରେ ପ୍ରାୟ ୩ କିମି ଉପର ଯାଏ ଜୁଆର ଆସିପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

Leave A Reply

Your email address will not be published.