ଭୁବନେଶ୍ୱର (ଆମ ଟିଭି): ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଥିବା କାରଣରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଛଅ ଗୋଟି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଉକ୍ତ ଜିଲ୍ଲା ଗୁଡିକ ହେଲା ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏହି ଜିଲ୍ଲା ଗୁଡିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।
ଅନ୍ୟପଟେ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇଥିବାବେଳେ ଅନ୍ୟାନ୍ୟ ସ୍ଥାନରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ । ଏହାସହ ଆଗାମୀ ୭ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।