ମାଡିଆସୁଛି ବାତ୍ୟା: ଓଡ଼ିଶାର ୭ ଜିଲାରେ…

0

ଭୁବନେଶ୍ୱର (ଆମ ଟିଭି): ରାଜ୍ୟରେ ଗତ କିଛି ଦିନ ଶୀତର ଲହରି ଜାରି ରହିଛି। ମାତ୍ର ଗୁରୁବାର ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, କେନ୍ଦୁଝରଗଡ଼, କନ୍ଧମାଳ, କଳାହାଣ୍ଡି ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ କୁହୁଡ଼ିର ପ୍ରଭାବ ରହିବ। ୨୯ ଓ ୩୦ ତାରିଖରେ ଉପକୂଳ ଓଡିଶା ସହ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ମାଲକାନଗିରି, କୋରାପୁଟ ଆଦି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଅନ୍ୟପଟେ ଆସନ୍ତା ୨ଦିନ ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ବୁଧବାର ସୁନ୍ଦରଗଡ଼ ଓ କନ୍ଧମାଳ ଜିଲାର କିଛି ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିବାବେଳେ କଳାହାଣ୍ଡି ଜିଲାରେ ହାଲୁକାରୁ ମଧ୍ୟମ ଧରଣ କୁହୁଡ଼ି ପଡ଼ିଥିଲା। ଅନ୍ୟପକ୍ଷରେ ଯାଜପୁରରେ ସର୍ବାଧିକ ତାପମାତ୍ରା ୩୨.୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିବାବେଳେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ସେଲସିୟସ୍‌ ରହିଥିଲା।

Leave A Reply

Your email address will not be published.