ଡିସେମ୍ବର ୨୫ରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
ଡିସେମ୍ବର ୨୫ରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଏନେଇ ବିସ୍ତୃତ ତଥ୍ୟ ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସୁଭଦ୍ରା ଯୋଜନା ଅଧୀନରେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ୍ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇ ସାରିଥିବାବେଳେ ଆଗାମୀ ୨୫ ତାରିଖରେ ୪ର୍ଥ ପର୍ଯ୍ୟାୟରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବା ପାଇଁ ପ୍ରସ୍ତୁତି ଚାଲିଛି। ଏଥିପାଇଁ ନୂଆ ଆବେଦନକାରୀଙ୍କ ସମେତ ଅଦ୍ୟାବଧି ସହାୟତା ପାଇ ପାରି ନ ଥିବା ଦରଖାସ୍ତକାରୀଙ୍କ ଆବେଦନ ଯାଞ୍ଚ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଡିସେମ୍ବର ୧ ସୁଦ୍ଧା ସୁଭଦ୍ରାରେ ମୋଟ୍ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଆବେଦନ ଗ୍ରହଣ ହୋଇଛି। ଡିସେମ୍ବର ୬ ସୁଦ୍ଧା ପ୍ରକାଶ ଯୋଗ୍ୟ ଅଯୋଗ୍ୟ ତାଲିକା ପ୍ରକାଶ ପାଇବ। ବ୍ଲକ, ସହରାଞ୍ଚଳ, ମହାନଗର ନିଗମସ୍ତରରେ ଏହି ତାଲିକା ପ୍ରକାଶ ପାଇବ। ତେବେ ଏହା ପରେ ଆଉ ୭ ଦିନ ପର୍ଯ୍ୟନ୍ତ ଆପତ୍ତି ଗ୍ରହଣ କରାଯିବ।