ପୁରୀ (ଆମ ଟିଭି): ଆସନ୍ତା ୧୦ ତାରିଖ ଅର୍ଥାତ ମଙ୍ଗଳବାର ବସିବ ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଛତଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଆସନ୍ତା ୧୬ ତାରିଖ ଠାରୁ ଆରମ୍ଭ ହେବାକୁ ଥିବା ଶ୍ରୀଜୀଉଙ୍କ ପହିଲି ଭୋଗ ନୀତି ନିର୍ଘଣ୍ଟ ଉପରେ ବୈଠକରେ ଆଲୋଚନା ହେବ। ଏଥି ସହିିତ ଆସନ୍ତାବର୍ଷ ଜାନୁୟାରୀ ୧୩ ତାରିଖରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାକୁଥିବା ଦେବାଭିଷେକ ପୂର୍ଣ୍ଣିମା ନୀତିନିର୍ଘଣ୍ଟ ଉପରେ ମଧ୍ୟ ଆଲୋଚନା ହେବ। ଏହାସହ ଆସନ୍ତାବର୍ଷ ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ନୀତି ନିର୍ଘଣ୍ଟ ନେଇ ମଧ୍ୟ ବୈଠକରେ ଆଲୋଚନା ହେବ।
ସେହିପରି ରତ୍ନଭଣ୍ଡାର ମରାମତି ନେଇ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯିବା ସହ କେତେ ସମୟ ଏଏସଆଇ ରତ୍ନଭଣ୍ଡାର ମରାମତି କରିବ ସେନେଇ ବୈଠକରେ ନିଷ୍ପତ୍ତି ନିଆଯିବ। ସେପଟେ ରତ୍ନଭଣ୍ଡାର ମରାମତି ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଓ ଭକ୍ତଙ୍କ ଦର୍ଶନରେ କିଭଳି ବାଧା ନଉପୁଜିବ ସେନେଇ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଶ୍ରୀମନ୍ଦିର କମାଣ୍ଡରଙ୍କୁ ନେଇ ମଧ୍ୟ ପୂର୍ବ ଛତିଶା ନିଯୋଗ ବୈଠକରେ ଟିମ୍ ଗଠନ ହୋଇଥିଲା।