ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ସୁଜିତ କୁମାର
ରାଜ୍ୟସଭା ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଭାବେ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ୩୦ଜଣ ବିଧାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ରହିଛନ୍ତି।
ଆଜି ବିଜେପି ସଂସଦୀୟ ବୋର୍ଡ କମିଟି ରାଜ୍ୟସଭା ଉପନିର୍ବାଚନ ପ୍ରାର୍ଥୀ ଭାବେ ସୁଜିତ କୁମାରଙ୍କ ନାଁରେ ମୋହର ମାରିଛି। ଏନେଇ ଦଳର ବରିଷ୍ଠ ନେତା ପ୍ରଦୀପ୍ତ ନାୟକ ସୂଚନା ଦେଇଛନ୍ତି। ଏଣେ ଆଜି ପୂର୍ବାହ୍ନରେ ସୁଜିତ କୁମାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚି ସଭାପତି ମନମୋହନ ସାମଲଙ୍କୁ ଭେଟିଛନ୍ତି।
ସୂଚନାଯୋଗ୍ୟ, ଆଜି ବିଜେପି ସଂସଦୀୟ ବୋର୍ଡ କମିଟି ରାଜ୍ୟସଭା ଉପନିର୍ବାଚନ ପ୍ରାର୍ଥୀ ଭାବେ ସୁଜିତ କୁମାରଙ୍କ ନାଁରେ ମୋହର ମାରିଛି। ଏନେଇ ଦଳର ବରିଷ୍ଠ ନେତା ପ୍ରଦୀପ୍ତ ନାୟକ ସୂଚନା ଦେଇଛନ୍ତି। ଏଣେ ଆଜି ପୂର୍ବାହ୍ନରେ ସୁଜିତ କୁମାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚି ସଭାପତି ମନମୋହନ ସାମଲଙ୍କୁ ଭେଟିଛନ୍ତି। ତାପରେ ସେ ବିଧାନସଭାକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ସହହ ସାକ୍ଷାତ ଆଲୋଚନା କରିଛନ୍ତି।
ସୁଜିତଙ୍କର କାର୍ଯ୍ୟକାଳ ଏପ୍ରିଲ ୨, ୨୦୨୬ରେ ଶେଷ ହେବାକୁ ଥିବାବେଳେ ସେ ଗତ ସେପ୍ଟେମ୍ବର ୬ ତାରିଖରେ ରାଜ୍ୟସଭା ସାଂସଦ ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ବିଜେପିରେ ଯୋଗ ଦେଇଥିଲେ। ତେଣୁ ଏବେ ପୂର୍ବରୁ ମମତା ମହନ୍ତ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ସହ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଥିଲେ। ଏହାପରେ ବିଜେପି ତାଙ୍କୁ ପୁଣି ରାଜ୍ୟସଭାକୁ ପଠାଇଥିଲା।