ଭୁବନେଶ୍ବର (ଆମ ଟିଭି): ରବି ଋତୁରେ ଆଳୁ ଚାଷ ପାଇଁ ମୋଟ ୬୪ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ୧୫ ହଜାର ୨୩ ହେକ୍ଟର ଜମି ଆଳୁ ଚାଷ କରିବା ପାଇଁ ଯୋଜନା କରାଯାଇଥିବା ବେଳେ ଆଳୁ ଗଚ୍ଛିତ ରଖିବା ପାଇଁ ଶୀତଳ ଭଣ୍ଡାର ବ୍ୟବସ୍ଥା ମଧ୍ୟ କରାଯାଉଛି ବୋଲି ଆଜି ଗୃହରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ । କଂଗ୍ରେସ ବିଧାୟକ ରାମଚନ୍ଦ୍ର କାଡ଼ାମଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ।
ଏଥିସହିତ ପୂର୍ବ ସରକାରଙ୍କୁ କଡା ଆକ୍ରମଣ କରିଛନ୍ତି କେଭି । କେଭି କହିଛନ୍ତି, ପୂର୍ବ ସରକାରଙ୍କ ଆଳୁ ମିଶନ ଫେଲ ମାରିଛି । ଆଉ ଏବେ ଆଳୁ ସଙ୍କଟ ଦେଖାଦେଇଥିବା ବେଳେ ଓଡ଼ିଶାକୁ ଆଳୁ ଦେବାରେ ପଶ୍ଚିମବଙ୍ଗ ବ୍ଲାକମେଲ୍ କରୁଛି । ତେଣୁ ଓଡ଼ିଶାରେ ଆଳୁ ଉତ୍ପାଦନ କରି ନିର୍ଭରଶୀଳ ନହେବାକୁ ସରକାର ବଦ୍ଧପରିକର । ଏଥିପାଇଁ ରବି ଋତୁରେ ଆଳୁ ଚାଷ ପାଇଁ ୬୪ କୋଟି ଖର୍ଚ୍ଚ ହୋଇଛି ।