ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ

0

ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇଦିଆଯାଇଛି। ଚୂନ ଛଡାଯିବା ପରେ ପଥରର ସରଫେସ ଦେଖାଗଲାଣି। ଅନେକ ପଥରରେ ଫାଟ ରହିଛି।

ପଥର ପଥର ଭିତରେ ଲୁହା ଛଡରେ ଜଏଣ୍ଟ କରାଯାଇଥିବାରୁ ଲୁହା ଛଡ ଫୁଲିବା ଯୋଗୁଁ ପଥରରେ ଫାଟ ହୋଇଛି। ଫାଟ ଯୋଗୁଁ ସମସ୍ତ ପଥର ପରିବର୍ତ୍ତନ କରାଯିବ। ପରେ ଲୁହା ବିମ ଗୁଡିକ କଳଙ୍କି ଲାଗିଯାଇଥିବାରୁ ଜଗମୋହନ ଭଳି ଷ୍ଟିଲ ବିମ ଲଗାଯିବ।

ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶେଷ ପରେ ରତ୍ନଭଣ୍ଡାରର ବାହାର ପଟ ମରାମତି କରାଯିବ। ଦ୍ୱିତୀୟ ଭୋଗମଣ୍ଡପ ପରେ ମରାମତି କାମ ହେବ । ଏହି ସମୟରେ ଭିତରକାଠ ଦର୍ଶନ ବନ୍ଦ ରହିବ ।

Leave A Reply

Your email address will not be published.