ଡ୍ରୋନ୍ ଉଡାଣ: କଠୋର ହେବ କାର୍ଯ୍ୟାନୁଷ୍ଠାନ

0

ପୁରୀ: ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇବା ଘଟଣାରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଶ୍ରୀମନ୍ଦିର ସୁରକ୍ଷାକୁ ବ୍ୟାଘାତ କଲେ ବରଦାସ୍ତ କରାଯିବନି। ଆଇନଗତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଜି ଭୋର୍ ୪ଟା ୧୦ ମିନିଟରେ ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡୁଥିବା ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି।  ତେବେ ନୋ ଫ୍ଲାଇଙ୍ଗ୍ ଜୋନ୍‌ରେ କିଏ ଓ କାହିଁକି ଡ୍ରୋନ୍ ଉଡାଇଲା, ତାହାର କାରଣ ଅସ୍ପଷ୍ଟ ରହିଛି। ଡ୍ରୋନ୍ ଟି ଦୋଳମଣ୍ଡପ ସାହିରୁ ପ୍ରଥମେ ଆସି ମେଘନାଦ ପାଚେରୀ  ଉପରେ ବୁଲିଲା।  ଏବଂ ପରେ ୧୦୦ ଫୁଟ ଉଚ୍ଚକୁ ଯାଇ ଦଧିନଉତି ଏବଂ ନୀଳଚକ୍ର ଉପରେ ବୁଲିଥିଲା। ଡ୍ରୋନଟି ପୁଲିସ୍ କଣ୍ଟ୍ରାଲ ରୁମ୍ ରୁ ଆସିଛି କି ନାହିଁ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି।

Leave A Reply

Your email address will not be published.