ନବୀନଙ୍କ ପରେ କିଏ ହେବାକୁ ଚାହୁଁଥିଲେ ମୁଖ୍ୟମନ୍ତ୍ରୀ? ସାଂଘାତିକ ଖୁଲାସା କଲେ ଏମପି ପ୍ରଦୀପ

0

ଭୁବନେଶ୍ୱର (ଆମ ଟିଭି): ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ନୂଆମୋଡ। ବରଗଡ଼ ଲୋକ ସଭା ଏମପି ପ୍ରଦୀପ ପୁରୋହିତ ଦେଇଛନ୍ତି ସାଂଘାତିକ ବୟାନ। ପ୍ରଦୀପ କହିଛନ୍ତି, ନବ ଦାସ ହତ୍ୟା ପଛରେ ଚକ୍ରାନ୍ତକାରୀ ଗୋଷ୍ଠୀର ହାତ ଥିବା ପୂର୍ବରୁ କହିଥିଲି। ତାଙ୍କୁ ଷଡଯନ୍ତ୍ର କରି ହତ୍ୟା କରାଯାଇଛି।

ନବୀନଙ୍କ ପରେ ମୁଖ୍ୟମନ୍ତ୍ରୀ ହେବାକୁ ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ମୁଖ୍ୟ ଷଡ଼ଯନ୍ତ୍ରକାରୀ। କିନ୍ତୁ ଦୁର୍ଭାଗ୍ୟ ସେ ସମୟରେ ନବଙ୍କ ପରିବାର ନିରବ ରହିଲେ। କ୍ଷମତା ଲୋଭ, ସଂପତ୍ତି ସୁରକ୍ଷା ପାଇଁ ତଦନ୍ତ ଠିକ ହେଉଥିବା କହିଲେ। ତେଣୁ ନବ ହତ୍ୟାକାଣ୍ଡର ଅଧିକ ତଦନ୍ତ ଆବଶ୍ୟକ ଏବଂ ପରଦା ପଛର ଖଳନାୟକମାନେ ଧରାପଡ଼ିବା ଦରକାର ବୋଲି ପ୍ରଦୀପ କହିଛନ୍ତି।

Leave A Reply

Your email address will not be published.