ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ବିଦ୍ୟାଳୟ

0

ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି ।

୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ହେବ ବୋଲି କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଯେଉଁଥିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ପିଲା ପାଠ ପଢି ପାରିବେ । ଆସନ୍ତା ୪ ବର୍ଷ ମଧ୍ୟରେ ଆଦର୍ଶ ବିଦ୍ୟାଳୟ କାମ ସରିବ । ହାଇସ୍କୁଲର ଫିଡର ସ୍କୁଲ ଭାବରେ ଏହା କାର୍ଯ୍ୟ କରିବ । ପ୍ରତି ବିଦ୍ୟାଳୟ ପିଛା ମୋଟ ୪-୫ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । 5T ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ ନ ଥିଲା। ଡିପିଆର ପ୍ରସ୍ତୁତ ହୋଇ ନ ଥିଲା କି ଏଷ୍ଟିମେଟ ହୋଇ ନ ଥିଲା। ପିଲାମାନଙ୍କ ଭବିଷ୍ୟତ ପ୍ରତି ଏହା ଧୋକ୍କା ହୋଇଥିଲା। ତେଣୁ ଆଜି ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.