ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି, ଜାଣନ୍ତୁ କେଉଁ ବିଭାଗରେ ମିଳିବ ସୁଯୋଗ

0

ଭୁବନେଶ୍ୱର (ଆମ ଟିଭି): ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଶୁକ୍ରବାର ବଜେଟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବେ। ବିଶେଷକରି IT, ପେଟ୍ରୋ କେମିକାଲ୍ସ, ଆଗ୍ରୋ ଇଣ୍ଡିଷ୍ଟ୍ରିକୁ ଗୁରୁତ୍ୱ ଦିଆଯିବ।  ଓଡ଼ିଶାରେ କିପରି ଆମର ଜିଡିପି ବଢିବ ସେଥିପାଇଁ ଆମେ କୃଷି ଭିତ୍ତିକ ଶିଳ୍ପ ଉପରେ ଗୁରୁତ୍ୱ ଦେଉଛୁ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ସେଥିପାଇଁ ବିକଶିତ ଗାଁ ବିକଶିତ ଓଡ଼ିଶା ଭଳି ଯୋଜନା ଆରମ୍ଭ କରିବାକୁ ଯାଉଛୁ। ଆଗାମୀ ବର୍ଷରେ ଗାଁରେ କିଭଳି ଆର୍ଥିକ ସ୍ଥିତି ମଜବୁତ୍ ହେବ, ଗାଁରେ ଆୟର ସୋର୍ସ ତିଆରି କରିବା ପାଇଁ ସରକାର ଯୋଜନା କରିଛନ୍ତି । ଗାଁ ଲୋକ ଯେପରି ଆଉ ସହରକୁ ଆସିବେ ନାହିଁ ସେଥିପାଇଁ ବିକଶିତ ଗାଁ ବିକଶିତ ଓଡ଼ିଶାରେ ଫୋକସ୍‌ କରାଯାଉଛି ।

ସେହିପରି ଶ୍ରମିକ, ଚାଷୀ, ନିଯୁକ୍ତି କ୍ଷେତ୍ରରେ ଆଶା ରଖିଥିବା ବେକାର ଯୁବକ, ସରକାରୀ ପଦବୀ ପୂରଣ ଭଳି କ୍ଷେତ୍ର ବଜେଟରେ ପ୍ରତିଫଳିତ ହେବ । ୨୦ ହଜାର ନିଯୁକ୍ତି ଦେଇ ସାରିଛୁ । ଚଳିତ ଆର୍ଥିକ ବର୍ଷ ଆହୁରି ୨୦ ହଜାର ନିଯୁକ୍ତି ଦେବୁ । ଆଗକୁ ୨ ବର୍ଷ ମଧ୍ୟରେ ୬୫ ହଜାରରୁ ଅଧିକ ପଦବୀ ପୂରଣ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକ ବଜେଟ୍‌ ପାଇଁ ମତାମତ ଦେଇ ପାରିବେ। ସାଧାରଣ ଲୋକଙ୍କ ପାଇଁ କିପରି ବଜେଟରେ ଗୁରୁତ୍ୱ ମିଳିବ ସେ ନେଇ ବଜେଟ ପ୍ରସ୍ତୁତ ସମୟରେ ଚିନ୍ତା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.