ଦାୟିତ୍ୱ ନେଲେ ରାଜ୍ୟ ନିର୍ବାଚନ କମିଶନର

0

ରାଜ୍ୟ ନିର୍ବାଚନ କମିଶନର ଭାବେ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି ମଧୁସୂଦନ ପାଢ଼ୀ। ତୋଷାଳୀ ଭବନରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ ନେଇଛନ୍ତି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା ।  ଏବେ ଦାୟିତ୍ୱର ଭାର ମଧୁସୂଦନ  ପାଢୀଙ୍କ ହାତକୁ ହସ୍ତାନ୍ତର କରାଯାଇଛି।

୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ   ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ପ୍ରଥମେ ସେ କନ୍ଧମାଳ ଜିଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ କାର୍ଯ୍ୟ କରିଥିଲେ। ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ସଚିବ ଥିଲେ।

Leave A Reply

Your email address will not be published.