ନୂଆଦିଲ୍ଲୀ(ଆମ ଟିଭି): ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ପରାଜୟ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ରବିବାର ଇସ୍ତଫା ଦେଇଛନ୍ତି ଆତିଶୀ ମାର୍ଲେନା। ରାଜଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ଇସ୍ତଫା ଦେଇଛନ୍ତି। ସେ ଉପରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି।
ଅରବିନ୍ଦ କେଜ୍ରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବା ପରେ ଗତବର୍ଷ ୨୧ ସେପ୍ଟେମ୍ବରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶପଥ ନେଇଥିଲେ। ତାଙ୍କର କାର୍ଯ୍ୟକାଳ ସାଢ଼େ ୪ ମାସ ରହିଲା। ଆତିଶୀ ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହୋଇଥିଲେ। ତାଙ୍କ ପୂର୍ବରୁ ଭାଜପାର ଦିବଂଗତ ନେତ୍ରୀ ସୁଷମା ସ୍ବରାଜ ଏବଂ ୧୫ ବର୍ଷ ଧରି ଦିଲ୍ଲୀରେ ଶାସନ କରିଆସିଥିବା କଂଗ୍ରେସର ଦିଗଂଗତ ନେତ୍ରୀ ଶୀଲା ଦୀକ୍ଷିତ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହୋଇଥିଲେ। ଆତିଶୀ ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହୋଇଥିଲେ।