୪ ଜିଲ୍ଲାରେ ପ୍ରବଳ ବର୍ଷିବ: ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

0

ଭୁବନେଶ୍ୱର (ଆମ ଟିଭି): ମହାନଦୀରେ ବନ୍ୟାଜଳ ସାଙ୍ଗକୁ ବର୍ଷା ଜଳ ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଇଛି । ଏହାରି ଭିତରେ ପୁଣି ଏକ ଚିନ୍ତାଜନକ ଖବର ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ଫଳରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଉଛି । ତେଣୁ ଆସନ୍ତାକାଲି ସକାଳ ପର୍ୟ୍ୟନ୍ତ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ୧୦ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ତରଫରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ରାଜ୍ୟର ୪ଟି ଜିଲ୍ଲାରେ ଆସନ୍ତାକାଲିଠୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ ସମେତ ମୟୁରଭଞ୍ଜ ଏବଂ କେଉଁଝରରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂର ଅନ୍ତର୍ଭୁକ୍ତ କରାଯାଇଛି । ସେହିପରି ଅନ୍ୟ ୧୦ଟି ଜିଲ୍ଲାରେପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave A Reply

Your email address will not be published.