ଆଜିଠାରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା : ଜାଣନ୍ତୁ କାହାକୁ ମିଳିବ, କାହାକୁ ମିଳିବନି

0

ପୂରଣ ହେବ ବିଜେପିର ଡ୍ରିମ୍ ପ୍ରୋଜେକ୍ଟ । ଆଜିଠାରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ଅନ୍ୟମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । କଟକ ବାଦ୍ ୧୨ଟି ଜିଲ୍ଲାରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ବିଭିନ୍ନ ମନ୍ତ୍ରୀ । ଆୟୁଷ୍ମାନ ଭାରତରେ ପରିବାରର ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଁଏ କାର୍ଡ ମିଳିବ । ଦେଶର ୨୯୦୦୦ ହସ୍ପିଟାଲରେ ରୋଗୀ ଚିକିତ୍ସା ସୁବିଧା ପାଇବେ ।

କେନ୍ଦ୍ର ସରକାରଙ୍କ ବାରମ୍ବାର ଅନୁରୋଧ ସତ୍ତ୍ୱେ ୨୦୧୮ରୁ ଏହି ଯୋଜନାକୁ ଲାଗୁ କରୁନଥିଲେ ପୂର୍ବ ବିଜେଡି ସରକାର । ନିଜସ୍ୱ ବିଜୁ ସ୍ୱାସ୍ଥ୍ୟ କାର୍ଡ ଯୋଜନା ଚଳାଇଥିଲେ ସରକାର । ଏବେ ଏହି BSKY ଯୋଜନାର ସ୍ଥାନ ନେବ ଆୟୁଷ୍ମାନ ଯୋଜନା । ପ୍ରାଥମିକ ଭାବେ କିଛି ଲୋକଙ୍କୁ ଆୟୁଷ୍ମାନ କାର୍ଡ ଦେବା ପାଇଁ ନୂଆ କାର୍ଡ ପ୍ରସ୍ତୁତ ହୋଇ ରହିଛି । ଆୟୁଷ୍ମାନ ଯୋଜନାରେ ରାଜ୍ୟରେ ସାଢ଼େ ୩ କୋଟି ୪୬ ଲକ୍ଷ ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ । ଉପକୃତ ହେବେ ୧କୋଟି ୩ ଲକ୍ଷରୁ ଅଧିକ ପରିବାର । ରୋଗୀଙ୍କୁ କ୍ୟାସଲେସ୍ ସୁବିଧା ଦିଆଯିବ । ପରିବାରର ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଁଏ କାର୍ଡ ମିଳିବ । ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳୁଥିଲା । ଦେଶର ୨୯୦୦୦ ଘରୋଇ ଓ ସରକାରୀ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଚିକିତ୍ସା ସୁବିଧା ମିଳିବ । ମହିଳାଙ୍କ ପାଇଁ ପରିବାର ପିଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ ।

 

କାହାକୁ ମିଳିବ ସ୍ବାସ୍ଥ୍ୟକାର୍ଡ ?

-୭୦ ବର୍ଷରୁ କମ୍ ବ୍ୟକ୍ତି ବିଶେଷ

-ଯେଉଁମାନେ ପୂର୍ବ ସ୍ବାସ୍ଥ୍ୟବୀମାରେ ଅନ୍ତର୍ଭୁକ୍ତ

-ରାସନ କାର୍ଡରେ ଯେଉଁମାନଙ୍କ ନାମ ରହିଥିବ

-ଆଶାକର୍ମୀ ଘରକୁ ଘର ବୁଲି କାର୍ଡ ପ୍ରଦାନ କରିବେ

-ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଅଲଗା ଅଲଗା କାର୍ଡ ଦିଆଯିବ

 

କେମିତି ପାଇବେ ସୁବିଧା?

-ଆୟୁଷ୍ମାନ କାର୍ଡ ପାଇଁ ଇ-କେୱାଇସି ବାଧ୍ୟତାମୂଳକ

-୨୯୦୦୦ ଘରୋଇ ଓ ସରକାରୀ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା

-ମହିଳାଙ୍କ ପାଇଁ ପରିବାର ପିଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଚିକିତ୍ସା ସୁବିଧା

-ପୁରୁଷଙ୍କ ପାଇଁ ବାର୍ଷିକ ୫ ଲକ୍ଷର ଚିକିତ୍ସା ସୁବିଧା

-ଓଡ଼ିଶା ବାହାରେ ରହୁଥିବା ଲୋକ ମଧ୍ୟ ପାଇପାରିବେ ସୁବିଧା

-୭୦ବର୍ଷରୁ ଉର୍ଦ୍ଧ୍ବ ବୟସ୍କଙ୍କୁ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ

Leave A Reply

Your email address will not be published.