୨୪ରେ ମିିଳିବ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା

0

ଚଳିତ ମାସ ୨୪ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା ଦିଆଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏପ୍ରିଲ ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା। ପୁରୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଏହି ଟଙ୍କା ପ୍ରଦାନ କରାଯିବ। ପଞ୍ଚାୟତିରାଜ ଦିବସରେ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ  ଦୁଇଟି କିସ୍ତିର ଟଙ୍କା ଆସିବ। ସେମାନେ ଏକ ସମୟରେ ୧୦ ହଜାର ଟଙ୍କା ପାଇବେ।

ଚଳିତ ମାସ ୨୪ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା ଦିଆଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏପ୍ରିଲ ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା। ପୁରୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ଟଙ୍କା ପ୍ରଦାନ କରାଯିବ। ପଞ୍ଚାୟତିରାଜ ଦିବସରେ  ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଦିନ  ଦୁଇଟି କିସ୍ତିର ଟଙ୍କା ଆସିବ।

Leave A Reply

Your email address will not be published.