ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ମହାପ୍ରଭୃ ଧାରଣ କରିବେ ଗଜାନନ ବେଶ, କାରଣ କଣ?

0

ଭୁବନେଶ୍ବର(ଆମ ଟିଭି): ଶ୍ରୀ ଗଣେଷ ହେଉଛନ୍ତି ଅଗ୍ରପୂଜା। ଯେତେ ପୂଜା କରାଯାଏ ପ୍ରଥମ ଗଣେଷଙ୍କୁ ହିଁ ଆବାହନ କରାଯାଇଥାଏ। ସେଥିପାଇଁ ସବୁଦେବାଦେବୀଙ୍କ ପୂଜା ପୂର୍ବରୁ ଶ୍ରୀ ଗଣେଷଙ୍କୁ ପୂଜା କରାଯାଇଥାଏ। ସେହିପରି ପ୍ରଭୃ ଶ୍ରୀ ଜଗନ୍ନାଥ ମଧ୍ୟ ଶ୍ରୀ ଗଣେଷଙ୍କୁ ବେଶ୍ ଭଲ ପାଆନ୍ତି। ସେଥିପାଇଁ ସେ ବର୍ଷରେ ଥରେ ଗଜାନନ ବେଶ ଧାରଣ କରିଥାଆନ୍ତି। ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜାନନ ବେଶରେ ସଜ୍ଜିତ ହୁଅନ୍ତି। ତେବେ ଏହା ପଛରେ ଏକ କିମ୍ବଦନ୍ତୀ ରହିଛି।

ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଜଣେ ବଡ ଭକ୍ତ ଥିଲେ। ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ।

ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା। ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ। ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା। ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ। ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ।ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜାନନବେଶ ଧାରଣ କରନ୍ତି।

Leave A Reply

Your email address will not be published.