ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଚିନ୍ତା ପ୍ରକଟ ମଧ୍ୟ କଲେ

0

ଭୁବନେଶ୍ଵର (ଆମ ଟିଭି):  ଆସନ୍ତା 22 ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅପରେସନ ହେବ। ତାଙ୍କର ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅପରେସନ କରାଯିବ। ମୁମ୍ବାଇର କୋକିଳବେନ ଧୀରୁଭାଇ ଆମ୍ବାନୀ ହସପିଟାଲରେ ଏହି ଅପରେସନ କରାଯିବ। ଏ ନେଇ ଖୋଦ ନବୀନ ତାଙ୍କ ସାମାଜିକ ଗଣମାଧ୍ୟମରେ ଅବଗତ କରାଇଛନ୍ତି।

ଏହି ଖବର ଜଣାପଡିବା ପରେ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ ନିଜ ସାମାଜିକ ଗଣମାଧ୍ୟମରେ ନବୀନଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ସେ ଲେଖିଚନ୍ତି ଯେ,ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ବିଷୟରେ ଜାଣି ଚିନ୍ତିତ । ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଓ ଆଶୁ ଆରୋଗ୍ୟ ଲାଭକରି ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ବୋଲି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

Leave A Reply

Your email address will not be published.