ଗିରଫ ହେବେ କି ଆଇଏଏସ୍ ବିଷ୍ଣୁପଦ ସେଠୀ: ଆବେଦନ ଖାରଜ କଲେ ହାଇକୋର୍ଟ

0

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବଢିଲା ଅଡ଼ୁଆ। ଆବେଦନ ଖାରଜ କଲେ ହାଇକୋର୍ଟ। ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ବେଆଇନ ଅର୍ଥ କାରବାରକୁ ନେଇ ସିବିଆଇ ମାମଲା ରୁଜୁ କରିଥିଲା। ବିଷ୍ଣୁପଦ ସେଠୀଙ୍କ ଘରେ ଚଢାଉ ମଧ୍ୟ ହୋଇଥିଲା। ସିବିଆଇ ପକ୍ଷରୁ ରୁଜୁ ହୋଇଥିବା ମାମଲାକୁ ରଦ୍ଦ ପାଇଁ ବିଷ୍ଣୁପଦ ସେଠୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ।

ହାଇକୋର୍ଟ ଆଜି ଏହି ମାମଲାରେ ରାୟ ପ୍ରକାଶ କରି ତାଙ୍କ ଆବେଦନକୁ ଖାରଜ କରି ଦେଇଛନ୍ତି। ସୂଚନା ଥାଉକି, ଏକ ବିଲ୍‌ ପାସ୍‌ ପାଇଁ ୧୦ ଲକ୍ଷ ଲାଞ୍ଚ କାରବାର ଅଭିଯୋଗରେ ବ୍ରିଜ୍‌ ଆଣ୍ଡ୍‌ ରୁଫ୍‌ କର୍ପୋରେସନ୍‌ ଲିମିଟେଡ୍‌ର ଜେନେରାଲ ମ୍ୟାନେଜର୍‌ ଚଞ୍ଚଳ ମୁଖାର୍ଜୀ, ସନ୍ତୋଷ ମହାରଣା ଏବଂ ଅନ୍ୟମାନଙ୍କ ନାମରେ ସିବିଆଇ ପକ୍ଷରୁ ମାମଲା ରୁଜୁ କରାଯାଇଛି। ଏହି ଲିଙ୍କ୍‌ରେ ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ାଉ କରାଯିବା ସହ ବିଭିନ୍ନ ରେକର୍ଡ ପତ୍ର ଯାଞ୍ଚ୍‌ କରାଯାଇଥିଲା।

Leave A Reply

Your email address will not be published.