ପୁରୀ ଦଳାଚକଟାରେ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା, କହିଲେ ଏତେ ବଡ଼ ଘଟଣାରେ ସୁରକ୍ଷା ବ୍ୟବସ୍ଥା…

0

ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ସମୟରେ ରବିବାର ଦଳାଚକଟା ଘଟଣାରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରାହୁଲ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ଦଳାଚକଟା ଘଟଣା ଅତ୍ୟନ୍ତ ଦୁଃଖଦ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର ସମବେଦନା ଏବଂ ଆହତ ଭକ୍ତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି।

ମୁଁ ଓଡ଼ିଶା ସରକାରଙ୍କୁ ରିଲିଫ କାର୍ଯ୍ୟକୁ ତ୍ୱରାନି ତ କରିବାକୁ ନିବେଦନ କରୁଛି ଏବଂ କଂଗ୍ରେସ କର୍ମୀମାନଙ୍କୁ ସମସ୍ତ ପ୍ରକାରର ସାହାଯ୍ୟ କରିବାକୁ ଅନୁରୋଧ କରୁଛି।

ସୂଚନା ଥାଉକି, ଆଜି ତୃତୀୟ ଦିନରେ ଏକ ବଡ଼ଧରଣର ଅଘଟଣ ଘଟିଛି। ପ୍ରଶାସନର ଦାୟିତ୍ୱହୀନତା କାରଣରୁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଠେଲାପେଲାରେ ଗୁଣ୍ଡିଚା ମନ୍ଦରି ସମ୍ମୁଖରେ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.