କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା

0

କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା। ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। କୋଟିଆ ଉପରେ ଆନ୍ଧ୍ର ଆଖି ପକାଇଛି, ପ୍ରତିହତ ପାଇଁ ସରକାର କାମ କରୁଛନ୍ତି। ଏଠାରେ ଖଣି ଖାଦାନ ଭରି ରହିଛି। ସେଠାରେ ଗୋଟିଏ ପାହାଡ଼କୁ ସୁନା ପାହାଡ଼ କୁହାଯାଏ। ସଦୁପଯୋଗ ପାଇଁ ଖଣି ବିଭାଗ ପଦକ୍ଷେପ ନେଉଛି ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା।

ମନ୍ତ୍ରୀ କହିଛନ୍ତି, କୋଟିଆ ଓଡ଼ିଶାର ଅବିଚ୍ଛେଦ ଅଙ୍ଗ । ଯିଏ ଯେତେ ଦାବି କଲେ ବି କୋଟିଆ ଓଡ଼ିଶାର ରହିଛି ଆଉ ରହିବ। ନିର୍ବାଚନ ସମୟରେ କୋଟିଆ ଉପରେ ଆନ୍ଧ୍ରର ଆଖି ରହୁଛି। ତାକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି। କୋଟିଆର ସମନ୍ୱିତ ବିକାଶ ସରକାରଙ୍କ ଲକ୍ଷ୍ୟ। ପରିବହନ ବିଭାଗ ପକ୍ଷରୁ କୋଟିଆରେ ଖୁବଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା।

Leave A Reply

Your email address will not be published.