ନୂଆଁଖାଇରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାଳିଆ ଭେଟି, ପ୍ରତ୍ୟେକ ଚାଷୀଙ୍କୁ ଖାତାକୁ ଗଲା ୨ହଜାର

0

ଭୁବନେଶ୍ୱର(ଆମ ଟିଭି): ଆଜି ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ ୮୬୯ କୋଟି ଟଙ୍କାର କାଳିଆ ସହାୟତା ରାଶି ପ୍ରଦାନ କରାଯାଇଛି। ଚାଷୀମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଲେଖାଏଁ ଯାଇଥିବାବେଳେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ନୂଆଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇ ମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ। ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ କାଳିଆ ଯୋଜନା ଦେଶର ସବୁଠାରୁ ଭଲ ଯୋଜନା। ଛୋଟ ଚାଷୀମାନଙ୍କ ପାଇଁ ଏହା ଆଶା ଓ ଭରସା ସୃଷ୍ଟି କରିପାରିଛି । ଭୂମିହୀନ ଚାଷୀମାନଙ୍କ ଜୀବିକାର ସୁରକ୍ଷା ପାଇଁ ମଧ୍ୟ ଏହା ବହୁତ ସାହାଯ୍ୟ କରୁଛି । ଗତ ମେ ମାସରେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଚାଷୀ ଭାଇମାନଙ୍କୁ ୮୦୦ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଥିଲା । ନବୀନ କହିଛନ୍ତି ଯେ,’ଚଳିତ ବନ୍ୟା ଯୋଗୁ ଆପଣମାନେ ସମସ୍ତେ ଚିନ୍ତାରେ ଅଛନ୍ତି। ମୁଁ କହିବାକୁ ଚାହେଁ, ମୁଁ ସବୁ ସମୟରେ ଆପଣମାନଙ୍କ ସାଥିରେ ଅଛି। ଶୀଘ୍ର କ୍ଷୟକ୍ଷତିର ରିପୋର୍ଟ ଦେବାକୁ ମୁଁ ନିର୍ଦ୍ଦେଶ ଦେଇଛି । ଆପଣମାନଙ୍କୁ ଖୁବ ଶୀଘ୍ର ଫସଲ କ୍ଷତି ପାଇଁ ସହାୟତା ଯୋଗାଇ ଦିଆଯିବ।

Leave A Reply

Your email address will not be published.