ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ: ପୁଅ କହିଲେ, ଆଜି ମୁଁ ଶୂନ୍ୟ ହୋଇଗଲି

0

ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (JMM)ର ପ୍ରତିଷ୍ଠାତା ତଥା ପୂର୍ବତନ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ସୋମବାର ସକାଳେ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ତଥା ତାଙ୍କ ପୁଅ ହେମନ୍ତ ସୋରେନ କହିଛନ୍ତି, ଗୁରୁଜୀ ଆମ ସମସ୍ତଙ୍କୁ ଛାଡ଼ି ଚାଲିଯାଇଛନ୍ତି।

ସୋରେନଙ୍କ ଆଜି ସକାଳ ୮:୪୮ରେ ଦେହାନ୍ତ ହୋଇଥିଲା। ତାଙ୍କୁ ଗଙ୍ଗାରାମ ହସ୍ପିଟାଲର ନେଫ୍ରୋଡ ବିଭାଗରେ ଜୁନ ୨୪ ତାରିଖରେ ଭର୍ତ୍ତି କରାଯାଇଥିଲା। ତାଙ୍କର କିଡନୀ ସମ୍ବନ୍ଧୀୟ ସମସ୍ୟା ଥିଲା।

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଏବଂ ପୁଅ ହେମନ୍ତ ସୋରେନ ତାଙ୍କ ପିତାଙ୍କ ମୃତ୍ୟୁ ବିଷୟରେ ସୂଚନା ଦେଇ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ, ସମ୍ମାନିତ ଗୁରୁଜୀ ଆମ ସମସ୍ତଙ୍କୁ ଛାଡ଼ି ଚାଲିଯାଇଛନ୍ତି। ଆଜି ମୁଁ ଶୂନ୍ୟ ହୋଇଗଲି।

Leave A Reply

Your email address will not be published.