ଭୁବନେଶ୍ୱର(ଆମ ଟିଭି): ଆହୁରି ୩ଦିନ ପ୍ରବଳ ବର୍ଷିବ । କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ଆଗାମୀ କିଛି ଘଣ୍ଟା ମଧ୍ୟରେ ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ପ୍ରଭାବରେ ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
ଆଜି ୨୩ ଜିଲ୍ଲାରେ ହାଲୁକାରୁ ମାଧ୍ୟମଧରଣର ବର୍ଷା ହେବାକୁ ଥିବା ବେଳେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଉପକୂଳବର୍ତ୍ତୀ ଅଞ୍ଚଳରେ ପାଗ ମେଘୁଆ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ । ତେଣୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।