ଭୁବନେଶ୍ୱର (ଆମ ଟିଭି): ନବୀନଙ୍କ ସହ କଥାହେଲେ ମୋଦି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି । ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । କିଛି ଦିନ ବିଶ୍ରାମ ନିଅ, ପରେ ଦିଲ୍ଲୀରେ ସାକ୍ଷାତ ହେବ କହିଲେ ମୋଦି ।
ଡି-ହାଇଡ୍ରେସନ ଜନିତ ସମସ୍ୟା ପାଇଁ ରବିବାର ସନ୍ଧ୍ୟା ପ୍ରାୟ ୫ଟା ୧୫ରେ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ନବୀନ। ସେଠାରେ ତାଙ୍କର ଚିକିତ୍ସା ଚାଲିଛି । ଶରୀରରେ ଜଳୀୟ ଅଂଶ କମିଯିବାରୁ ନବୀନଙ୍କର ସ୍ବାସ୍ଥ୍ୟଗତ ସମସ୍ୟା ଦେଖା ଦେଇଥିଲା । ତାଙ୍କ ଅସୁସ୍ଥତା ଖବର ପାଇ ବହୁ ରାଜନୈତିକ ନେତା ଓ ରାଜ୍ୟବାସୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ଗତ କିଛିଦିନ ତଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇଯାଇଥିଲେ । ଫଳରେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେ ଡିହାଇଡ୍ରେସନ କାରଣରୁ ହସ୍ପିଟାଲ ଯାଇଥିବା ଜଣା ପଡ଼ିଥିଲା । ଏବେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଅଛି । ଡାକ୍ତର ଆଲୋକ ପାଣିଗ୍ରାହୀ ନବୀନ ପଟ୍ଟନାୟକଙ୍କର ଚିକିତ୍ସା କରୁଥିବା ଜଣାଯାଇଛି ।
ନବୀନ ପଟ୍ଟନାୟକଙ୍କ ଅସୁସ୍ଥ ହେବା ଖବର ଜଣାପଡ଼ିବା ପରେ ହସ୍ପିଟାଲକୁ ଦଳୀୟ ନେତାମାନଙ୍କର ଯିବା ଲାଗିଥିବା ସୂଚନା ମିଳିଥିଲା । ଭିଡ଼ ଆଶଙ୍କା କରି କମିସନରେଟ ପୁଲିସ ପକ୍ଷରୁ ଏକ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଥିଲା ।
ପ୍ରକାଶଯୋଗ୍ୟ, ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଗତ ଜୁଲାଇ ମାସରେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ପାଇଁ ଭର୍ତ୍ତି ହୋଇଥିଲେ । ତାଙ୍କର ଏକ ସଫଳ ଅସ୍ତ୍ରୋପଚାର କରାଯାଇଥିଲା ।