NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ନୂଆ ଉପରାଷ୍ଟ୍ରପତି
ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ଭାରତର ୧୪ତମ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ଇଣ୍ଡିଆ ବ୍ଲକ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କୁ ୧୫୨ ଭୋଟରେ ହରାଇ ବିଜୟୀ ହୋଇଛନ୍ତି। ରାଧାକ୍ରିଷ୍ଣନ ୪୫୨ଟି ପ୍ରଥମ ପସନ୍ଦ ଭୋଟ ପାଇଥିବା ବେଳେ ସୁଦର୍ଶନ ରେଡ୍ଡୀଙ୍କୁ ୩୦୦ ଭୋଟ ମିଳିଛି।