ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାକୁ ଭିଜାଇବ ଡବଲ୍ ଲଘୁଚାପ। ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ବର୍ଷା ହେଉଥିବା ବେଳେ ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର। ଯାହାର ପ୍ରଭାବରେ ଆଜିଠୁ ଭିଜିବ ସାରା ଓଡ଼ିଶା ।
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ବର୍ତ୍ତମାନ ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି । ଏହା ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି ।
ସେପଟେ ଆଉ ଏକ ଘୁର୍ଣ୍ଣିବଳୟ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି । ଯାହା ସେପ୍ଟେମ୍ବର ୨୬ରେ ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।