ସତର୍କ ରୁହ ! ଟ୍ବିନସିଟିରେ ଆହୁରି ୩ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା…

0

ଅଧା ଓଡ଼ିଶାରେ ଜାରି ରହିଛି ବର୍ଷା, ଏପଟେ ଟ୍ବିନ୍‌ସିଟିରେ ମଧ୍ୟ ପ୍ରବଳ ବର୍ଷା ଦେଖିବାକୁ ମିଳିଥିବାବେଳେ ଆଗାମୀ ୩ ଘଣ୍ଟା ପାଇଁ ପୁଣି ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ବିଜୁଳି ଘଡଘଡି ସହ ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ କଟକ ଓ ଭୁବନେଶ୍ବରରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଭୁବନେଶ୍ବର ପାଇଁ ରେଡ୍ ଆଲର୍ଟ ଓ କଟକ ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।

ସେହିପରି ଆସନ୍ତାକାଲି ପାଇଁ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅକ୍ଟୋବର ୩ ତାରିଖ ପାଇଁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.