ଭାଜପାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ: ୨ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି…

0

ନୂଆପଡ଼ା ଉପନିର୍ବାଚନ ପାଇଁ ଭାଜପାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ ନାଁ ରହିଛି।

ସେହିପରି ଭାଜପା ସଭାପତି ମନମୋହନ ସାମଲ, ୩ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଏବଂ ଅଶ୍ବିନୀ ବୈଷ୍ଣବ ଏହି ଷ୍ଟାର ପ୍ରଚାରକରେ ସାମିଲ ହୋଇଛନ୍ତି। ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ୨ ପ୍ରଭାରି ମଧ୍ୟ ସାମିଲ ଅଛନ୍ତି। ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ନାଁ ମଧ୍ୟ ଏହି ଷ୍ଟାର ପ୍ରଚାରକରେ ରହିଛି। ସୁରେଶ ପୂଜାରୀ, ପ୍ରତାପ ଷଡ଼ଙ୍ଗୀ, ଜୟନାରାୟଣ ମିଶ୍ର, ବସନ୍ତ ପଣ୍ଡା, ସମ୍ବିତ ପାତ୍ର ରହିଛନ୍ତି।

Leave A Reply

Your email address will not be published.