ବାତ୍ୟା ମୋନ୍ଥା: ଏହି ସ୍ଥାନରେ ସ୍ଥଳ ଭାଗ ଛୁଇଁବ ବାତ୍ୟା, ଏମିତି କହିଲେ ପାଣିପାଗ ବିଜ୍ଞାନୀ
ଭୀଷଣ ବାତ୍ୟାର ରୂପ ନେଇ ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି । ଗୋପାଳପୁର ଠାରୁ ୫୧୦ କିମି ଦକ୍ଷିଣ ଦକ୍ଷିଣ ପଶ୍ଚିମରେ ରହିଛି । ଏହା ଉତ୍ତର ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିବା ସହ ଆଜି ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଏହା କାକିନାଡା ପାଖାପାଖି ମଛଲିପାଟନମ ଏବଂ କଳିଙ୍ଗପାଟନମ ମଝିରେ ସ୍ଥଳଭାଗ ଅତିକ୍ରମ କରିବ । ବାତ୍ୟା ଉପକୂଳ ନିକଟତର ହେବା ସହ ଭୀଷଣ ବାତ୍ୟାର ରୂପ ନେଇଛି । ସମୟରେ ୯୦-୧୦୦ କିମି ବେଗରେ ପବନ ଓ ଝଟକା ପବନ ୧୧୦ କିଲୋମିଟର ପର୍ଯ୍ୟନ୍ତ ହେବ । ବାତ୍ୟା ‘ମୋନ୍ଥା’ର ଅବସ୍ଥିତି ଓ ଏହାର ପ୍ରଭାବ ସଂପର୍କରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି ।
ବାତ୍ୟା ମୋନ୍ଥାର ପ୍ରଭାବରେ ଆଜି(ମଙ୍ଗଳବାର) ଓ ଆସନ୍ତାକାଲି(ବୁଧବାର) ପ୍ରବଳ ବର୍ଷା ହେବାକୁ ଥିବା ବେଳେ ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ରହିବ ସର୍ବାଧିକ ପବନର ପ୍ରଭାବ ରହିବ । ଆଗାମୀ ୨୪ ଘଣ୍ଟାରେ ସାରା ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରିରେ ବାତ୍ୟାର ପ୍ରଭାବ ଦେଖିବାକୁ ମିଳିବ । ଏହି ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାକୁ ନେଇ ରେଡ ଆଲର୍ଟ ଜାରି କରାଯାଇଛି । ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଜିଲ୍ଲାରେ ବି ପ୍ରବଳରୁ ଅତି ପ୍ରବଳ ଵର୍ଷାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ୧୯ ଜିଲ୍ଲା ଯେପରିକି ନୂଆପଡା ବଲାଙ୍ଗୀର ସୋନପୁର ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ଼, ଝାରସୁଗୁଡା, ଦେଓଗଡ, କେନ୍ଦୁଝର , ମୟୁରଭଞ୍ଜ, ସୁନ୍ଦରଗଡ, କଟକ, ଜଗତସିଂପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଏଲି ବର୍ଣ୍ଣିଙ୍ଗ ଜାରି ହୋଇଛି ।