ପୂର୍ବତନ ବିଧାୟକା ତଥା ପ୍ରସିଦ୍ଧ ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ

0

ସମ୍ବଲପୁରର ପୂର୍ବତନ ବିଧାୟକା ତଥା ପ୍ରସିଦ୍ଧ ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ । ୭୯ ବର୍ଷ ବୟସରେ ନିଜ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସ୍ନାୟୁଜନତି ରୋଗରେ ପୀଡ଼ିତ ଥିବାରୁ ନିଜ ବାସଭବନରେ ଡାକ୍ତରଙ୍କ ତତ୍ତ୍ବାବଧାନରେ ଚାଲିଥିଲା ଚିକିତ୍ସା । ଆଜି ସଂଧ୍ୟାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀଙ୍କ ଦେହାନ୍ତ ହୋଇଛି । ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ ପଶ୍ଚିମ ଓଡ଼ିଶାର ଜଣେ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ଥିଲେ । ଜଣେ ଦକ୍ଷ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଭାବେ ବୁର୍ଲା ଭିମସାର ଏବଂ ସମ୍ବଲପୁରରେ ଦୀର୍ଘ ଦଶନ୍ଧି ଧରି ଲୋକଙ୍କ ସେବା କରିଆସୁଥିଲେ । ୨୦୧୪ ମସିହାରେ ସେ ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଦେହାନ୍ତ ଖବର ଜଣାପଡ଼ିବା ପରେ ସମ୍ବଲପୁରରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.