ଏସ.ସି.ବି ଆଇସିୟୁରେ ଅଗ୍ନିକାଣ୍ଡ: ୧୦ ମୃତ; ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ଭୁବନେଶ୍ବର (ଆମ ଟିଭି): କଟକ ଏସସିବି ବଡ ମେଡିକାଲର ଆଶୁ ଚିକିତ୍ସା ବିଭାଗର ଟ୍ରମା କେୟାର ଆଇସିୟୁରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଭୟାବହ ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଏସସିବି ମେଡିକାଲରୁ ଉଦ୍ଧାର କରି ନିକଟରେ ଥିବା ବିଭିନ୍ନ ମେଡିକାଲକୁ ଚିକିତ୍ସା ନିମନ୍ତେ ପଠାଯାଇଛି । ଅନ୍ୟପଟେ ଏସସିବି ମେଡିକାଲ ଟ୍ରମା କେଆର୍ ଆଇସିୟୁରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ।

ଏହି ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଅଗ୍ନିକାଣ୍ଡ ରେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବାସହ ଅନ୍ୟ ରୋଗୀ ମାନଙ୍କୁ ତୁରନ୍ତ ଉପଯୁକ୍ତ ସ୍ଥାନକୁ ସ୍ଥାନାନ୍ତରିତ କରି ଚିକିତ୍ସା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏଥି ସହ ଅଗ୍ନିକାଣ୍ଡ ଯୋଗୁଁ ମୃତ୍ୟୁ ଘଟିଥିବା ପ୍ରତ୍ୟେକଙ୍କ ନିକଟତମ ଆତ୍ମୀୟ ଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି ରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଚିକିତ୍ସିତ ହେଉଥିବା ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟ ମାନଙ୍କୁ ଭେଟି ଆଶ୍ଵାସନା ଦେଇଛନ୍ତି । ଆଇସିୟୁରୁ ସ୍ଥାନାନ୍ତରିତ ହୋଇଥିବା ଅନ୍ୟ ରୋଗୀ ମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗ ତଥା ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନା ଯୋଗ୍ୟ; ରବିବାର ବିଳମ୍ବିତ ରାତିରେ ରାଜ୍ୟର ସବୁଠୁ ବଡ଼ ମେଡିକାଲ ଏସସିବିରେ ଲାଗିଥିଲା ନିଆଁ । ଏସ୍‌ସିବିର ଟ୍ରମା କେୟାର ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଦେଖୁ ଦେଖୁ ନିଆଁ ବ୍ୟାପିବାରେ ଲାଗିଥିଲା । ଯାହାପରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହିନୀର ଟିମ୍‌ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଆରମ୍ଭ କରିଥିଲେ । ଦୀର୍ଘ ସମୟର ପରିଶ୍ରମ ପରେ କିଛି ଲୋକଙ୍କୁ ଭୟାବହ ଅଗ୍ନିକାଣ୍ଡ ଭିତରୁ କିଛି ଲୋକଙ୍କୁ ଉଦ୍ଧାର କରିଥିଲେ । ହେଲେ ସେତବେଳେକୁ ହୋଇସାରିଥିଲା ବହୁ ବିଳମ୍ବ । ଏହି ଅଗ୍ନିକାଣ୍ଡରେ ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ଅନେକ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲକୁ ପଠାଇଯାଇଛି ।

Leave A Reply

Your email address will not be published.