ଆଜିଠୁ ପାଗରେ ପରିବର୍ତ୍ତନ, ମେ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

0

ଭୁବନେଶ୍ୱର : ଜଳୁଛି ପଶ୍ଚିମ, ଉପକୂଳରେ ଆଶ୍ବସ୍ତି । ତାତିରେ ଲାଗିବ ବ୍ରେକ୍ । ଅସହ୍ୟ ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି । ଆଜିଠୁ ପାଗରେ ଆସିବ ପରିବର୍ତ୍ତନ । କାଳବୈଶାଖୀ ଆଣିବ ଆଶ୍ବସ୍ତି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ମେ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ।

୨୯ ତାରିଖରେ ଏକ ଟ୍ରପ ଲାଇନ ଯୋଗୁ ବର୍ଷାର ପରିମାଣ ଅଧିକ ରହିବ । ଏଥିସହ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ପର୍ଯ୍ୟନ୍ତ ରହିବା ସମ୍ଭାବନା ରହିଛି । ଫଳରେ ଆସନ୍ତା ୨ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ।  ଆଜି ପାଇଁ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଆଦି ୨୦ଟି ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୧୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି  ।  ଏସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.