ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

0

ଭୁବନେଶ୍ୱର : ରାଜ୍ୟରେ ପାଗରେ ପରିବର୍ତ୍ତନ ସହ ଆସନ୍ତା କିଛି ଦିନ ମଧ୍ୟରେ ଖରାର ପ୍ରଭାବ ବଢ଼ିବା ସହ କାଳବୈଶାଖୀ ବର୍ଷା ଆଶ୍ୱସ୍ତି ଦେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ସହ ବର୍ଷା, ବଜ୍ରପାତ ଓ ଝଡ଼ ପବନର ସମ୍ଭାବନା ରହିଛି ।  ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି ।

ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାରେ ବଜ୍ରପାତ ସହ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।  ସେହିପରି ୧୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ସହ ବଜ୍ରପାତ ଓ ଝଡ଼ ପବନ ନେଇ ସତର୍କତା ଜାରି କରାଯାଇଛି ।  ସେପଟେ ଆସନ୍ତା ଦୁଇ ଦିନ ଯାଏଁ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନ ନହେଲେ ମଧ୍ୟ ପରବର୍ତ୍ତୀ ପାଞ୍ଚ ଦିନ ମଧ୍ୟରେ ଦିନ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ।  ଫଳରେ ଖରାର ପ୍ରଭାବ ବଢ଼ିବା ନେଇ ସମ୍ଭାବନା ରହିଛି ।

Leave A Reply

Your email address will not be published.