ସାର୍ବଜନୀନ ସ୍ଥାନରୁ ବୁଲା କୁକୁରଙ୍କୁ ହଟାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

0

ବୁଲା କୁକୁରଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ସାର୍ବଜନୀନ ସ୍ଥାନରୁ ବୁଲା କୁକୁରଙ୍କୁ ହଟାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ସର୍ବସାଧାରଣ ସ୍ଥାନରୁ ବୁଲା କୁକୁରମାନଙ୍କୁ ହଟାଇବା ପାଇଁ ପୂର୍ବରୁ ଦିଆଯାଇଥିବା ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି ସୁପ୍ରିମକୋର୍ଟ । ନଭେମ୍ବର ୨୦୨୫ରେ ଦିଆଯାଇଥିବା ଏହି ଗୁରୁତ୍ୱପୂର୍ଣ୍ଣ ଆଦେଶରେ ସଂଶୋଧନ ପାଇଁ ଦାୟର ହୋଇଥିବା ସମସ୍ତ ପିଟିସନକୁ ମଙ୍ଗଳବାର ଦିନ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି ।

ବିଶେଷ କରି ସର୍ବସାଧାରଣ ସ୍ଥାନରୁ ଉଠାଯାଇଥିବା ବୁଲା କୁକୁରମାନଙ୍କୁ ବନ୍ଧ୍ୟାକରଣ ପରେ ପୁନର୍ବାର ସେହି ସମାନ ସେଥିରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ସ୍ପଷ୍ଟ କୁହାଯାଇଛି । ପଶୁ ଅଧିକାର କର୍ମୀମାନେ ଯୁକ୍ତି ଦର୍ଶାଇଥିଲେ ଯେ, କୁକୁରମାନଙ୍କ ସ୍ଥାନ ପରିବର୍ତ୍ତନ କଲେ ସେମାନେ ଦିଗହରା ଓ ଭ୍ରମିତ ହୋଇପାରନ୍ତି, ଯାହାଫଳରେ ସେମାନଙ୍କ ଆକ୍ରମଣ କରିବାର ଆଶଙ୍କା ଅଧିକ ବୃଦ୍ଧି ପାଇବ । ମାତ୍ର ଜଷ୍ଟିସ ବିକ୍ରମ ନାଥ, ଜଷ୍ଟିସ ସନ୍ଦୀପ ମେହେଟ୍ଟା ଓ ଜଷ୍ଟିସ ଏନ.ଭି. ଅଞ୍ଜାରିଆଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଯୁକ୍ତି ସହ ସହମତ ହୋଇନାହାନ୍ତି । ସ୍କୁଲ୍‌, ହସ୍ପିଟାଲ, ବସ୍‌ଷ୍ଟାଣ୍ଡ ଆଦି ସ୍ଥାନରୁ ବୁଲା କୁକୁରଙ୍କୁ ହଟାଇବାକୁ ନିର୍ଦ୍ଦେଶ ।ସର୍ବସାଧାରଣ ସ୍ଥାନରେ ବୁଲା କୁକୁରଙ୍କ ଏଭଳି ସ୍ଥିତିକୁ କୋର୍ଟ ଉଦବେଗଜନକ ବୋଲି କହିଛନ୍ତି ।

Leave A Reply

Your email address will not be published.