ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ନିଜର ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟସଭାର ଖାଲି ପଡ଼ିଥିବା ଆସନ ପାଇଁ ଆସନ୍ତା ଜୁନ୍ ୧୮ ତାରିଖରେ ଉପନିର୍ବାଚନ ହେବାକୁ ଥିବା ବେଳେ ଦଳ ପକ୍ଷରୁ ଦେବାଶିଷ ସାମନ୍ତରାୟଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ମନୋନୀତ କରାଯାଇଛି।
ନିକଟରେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଏବଂ ପରବର୍ତ୍ତୀ ସମୟରେ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ଦେବାଶିଷ ସାମନ୍ତରାୟ ।