କାଲି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ପାଗ ଅନୁକୂଳ ରହିଛି । ଆଗାମୀ ୨ ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡିକରେ ବର୍ଷା ବିଜୁଳି ସହ ୫୦ ରୁ ୬୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ସେହିଭଳି ଆସନ୍ତା କାଲି ପାଇଁ ବଜ୍ରପାତ, ପ୍ରବଳ ପବନ ଓ ପ୍ରବଳ ବର୍ଷା ପାଇଁ କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବଜ୍ରପାତ, ଝଟକା ପବନ ଅନୁଭୂତ ହେବ। ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ବେଗ ୫୦-୬୦ କିମି ପର୍ଯ୍ୟନ୍ତ ପବନ ବୋହିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।