ନେତା ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

0

ଭୁବନେଶ୍ୱର(ଆମ ଟିଭି): ଆଜି ଯୁବ ବିଜେଡି ନେତା ଓ କର୍ମୀଙ୍କୁ ଗୁରୁମନ୍ତ୍ରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିଠାରୁ ସ୍ଥାନୀୟ ବରମୁଣ୍ଡା ପଡ଼ିଆରେ ଆରମ୍ଭ ହୋଇଥିବା ପଦଯାତ୍ରା ପ୍ରସ୍ତୁତି ବୈଠକର ପ୍ରଥମ ଦିନରେ ସାରା ଓଡ଼ିଶାରୁ ଦଳର ଯୁବ, ଛାତ୍ର ଓ ମହିଳା ସଂଗଠନର କର୍ମକର୍ତ୍ତା, ଦଳର ସମସ୍ତ ମନ୍ତ୍ରୀ, ବିଧାୟକ, ସାଂସଦ ଏବଂ ରାଜ୍ୟ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ। ଏହି ସମାବେଶରେ ଅଧ୍ୟକ୍ଷତା କରି ବିଜେଡିର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଲେ ଯେ ୧୯୯୭ ଏପ୍ରିଲ ୧୭ ତାରିଖରେ ବିଜୁ ବାବୁଙ୍କ ଦେହାନ୍ତ ପରେ କିଏ ଓଡ଼ିଶାର ନେତୃତ୍ଵ ନେବ, ଏହାକୁ ନେଇ ଓଡ଼ିଶାବାସୀଙ୍କ ମଧ୍ୟରେ ଘୋର ନିରାଶାର ଅନ୍ଧକାର ସୃଷ୍ଟି ହୋଇଥିଲା। ଏହି ଅନ୍ଧକାର ଭିତରେ ତାଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ଓଡ଼ିଶାକାରୀଙ୍କ ଉତ୍କଣ୍ଠା ଓ ଆକାଂକ୍ଷାର ଅନ୍ତ ଘଟାଇ ଆଶାର ଆଲୋକ ହୋଇ ଉଭା ହୋଇଥିଲେ।

ବିଜୁବାବୁଙ୍କ ସ୍ଵପ୍ନକୁ ପୂରଣ କରିବା ପାଇଁ ସେଦିନ ସେ ସଂକଳ୍ପ ନେଇଥିଲେ। ସେବେଠୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ ଉତ୍ସର୍ଗୀକୃତ ଭାବେ କାମ କରି ଆଜି ନବୀନ ଓଡ଼ିଶାର ବିଶ୍ଵକର୍ମା ଏବଂ ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା ଓ ଉପସାର ପ୍ରତୀକ ସାଜିଛନ୍ତି। ଆଉ ୨୫ ବର୍ଷ ତଳେ ନବୀନ ବାବୁ ବିଜୁ ଜନତା ଦଳର ଯେଉଁ ଚାରାଟିଏ ପୋତିଥିଲେ, ତାହା ଆଜି ମହାଦ୍ରୁମରେ ପରିଣତ ହୋଇଛି। ଓଡ଼ିଶାରେ ସ୍ଵାର୍ଥ ରକ୍ଷା ପାଇଁ ବିଜୁ ଜନତା ଦଳ ଏକ ସାମୂହିକ ଆନ୍ଦୋଳନର ରୂପ ନେଇଛି। ଏତେ ବର୍ଷ ପରେ ବି ଦଳ ଏହାର ପ୍ରତିବଦ୍ଧତାରୁ ବିଚ୍ୟୁତ ହୋଇନାହିଁ। ତେଣୁ ଏହି ପ୍ରତିବଦ୍ଧତାକୁ ଆଗକୁ ନେବାଲାଗି ଆମର ଉତ୍ତରଦାୟିତ୍ଵ ରହିଛି ବୋଲି କହି ପଦଯାତ୍ରାକୁ ସଫଳ କରିବା ପାଇଁ ଶ୍ରୀ ଦାସ ଆହ୍ୱାନ ଦେଇଥିଲେ।

Leave A Reply

Your email address will not be published.